ରାଜ୍ୟ

୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର, ୩୧ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ଵର, ୩୦/୦୮ : କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ର ପ୍ରଭାବରେ ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କୋରାପୁଟ, ମାଲକାନଗିରି, ଓ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ପାଇଁ ଶୁକ୍ରବାର କୋରାପୁଟ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button