ରାଜ୍ୟ

କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

କୋରାପୁଟ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଓ ଶିଶୁ ବିଭାଗ (SNCU) ୱାର୍ଡରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ଓ ଓଡ୍ରାଫ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ପ୍ରାଥମିକ ତଦନ୍ତରୁ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

ଜିଲ୍ଲାପାଳ, ମୁଖ୍ୟ ଚିକିତ୍ସା ଅଧିକାରୀ ଓ ହସ୍ପିଟାଲ ଅଧିକ୍ଷକ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button