ରାଜନୀତି

ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ

ମାଜ ଡିଜିଟାଲ ଡେସ୍କ: ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେପିରେ ସବୁ ବର୍ଗର ଓ ସବୁ ସ୍ତରର ଲୋକଙ୍କୁ ସାମିଲ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ଏହି ଅଭିଯାନ ଆଗାମୀ ୨ମାସ ପର୍ଯ୍ୟନ୍ତ ଚାଲିବ। ତିନୋଟି ପର୍ଯ୍ୟାୟରେ କାର୍ଯ୍ୟକ୍ରମ ହେବ। ଆଜିଠୁ ଆସନ୍ତା ୨୫ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଚାଲିବା ପରେ ୧ ଅକ୍ଟୋବରରୁ ୧୫ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଏବଂ ତୃତୀୟ ପର୍ଯ୍ୟାୟ ୧୬ରୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଓଡ଼ିଶାରେ ମଧ୍ୟ ଏହି ଅଭିଯାନ ଆରମ୍ଭ ହୋଇଛି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଅନ୍ୟ ବରିଷ୍ଠ ନେତାମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଘରକୁ ଘର ଯାଇ ଅଭିଯାନକୁ ସଫଳ କରିବାକୁ ଯୋଜନା ପ୍ରସ୍ତୁତ କରିଛି ରାଜ୍ୟ ବିଜେପି।

Related Articles

Leave a Reply

Your email address will not be published. Required fields are marked *

Back to top button