ରାଜ୍ୟ

ଆଜି ଠାରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୪/୯ : ଆଜି ଠାରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରେ ସମ୍ଭାବନା ଅଛି । ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ୍‌ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ସମେତ ବୁଧବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଶନିବାର ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button