ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣା: ଏଣିକି ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ମିଳବ ୫ ହଜାର ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆଣିଛନ୍ତି।
ଆର୍ଥିକ ସ୍ବଚ୍ଛଳ ନଥିବା କାରଣରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କ ଶିକ୍ଷା ଜାରି ରଖିବା ପାଇଁ ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ।
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ ଆଉଟ ରୋକିବାକୁ ମୋହନ ସରକାରଙ୍କ ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟର ମୋହର ବାଜିଛି।
ବିଧାନସଭାରେ ଘୋଷଣା କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଚଳିତ ବର୍ଷ ଏହି ଯୋଜନାରେ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ। ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଯାଇଥିବେ ଏବଂ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶକୁ ଯାଇଥିବେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଭାବେ ବାର୍ଷିକ ୫ ହଜାର ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର। ଯୋଜନା ପାଇଁ ଖର୍ଚ୍ଚ ହେବ ୧୫୬ କୋଟି ଟଙ୍କା।




