ରାଜ୍ୟ

ପୁଣି ଆସୁଛି ବଡ଼ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣିଂ

ଭୁବନେଶ୍ୱର: ପୁଣି ଆସୁଛି ବଡ଼ ବର୍ଷା। ଏଥର ଭିଜିପାରେ ଗଣେଶ ପୂଜା। ଆଜି ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର।

ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂ ଲଗ୍ନ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ବଢିବା ନେଇ ସତର୍କ କରିଛି ପାଣିପାଗ ବିଭାଗ।

ବିଶେଷ କରି ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଏନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜରିକରିଛି ପାଣିପାଗ ବିଭାଗ । ଗଜପତି, ଗଞ୍ଜାମ, ରାୟଗଡ଼ା, ମୟୂରଭଞ୍ଜ, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button