ରାଜ୍ୟ
କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ, ରିପୋର୍ଟ ପଜିଟିଭ୍ ଆସିଥିବା ସିଡିଭିଓଙ୍କ ସୂଚନା
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ । ନମୂନା ପରୀକ୍ଷା ପରେ ସ୍ପଷ୍ଟ ହୋଇଛି । ଡେରାବିଶ ବ୍ଳବର ବାଲିଆ ଏବଂ ଏଣ୍ଡର ପଞ୍ଚାୟତରୁ ଭୋପାଳକୁ ନମୁନା ପଠାଯାଇଥିଲା । ରିପୋର୍ଟ ପଜିଟିଭ୍ ଆସିଛି । ସିଡିଭିଓ ଏହି ସୂଚନା ଦେଇଛନ୍ତି । ତେବେ ବାର୍ଡ ଫ୍ଲୁ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି । କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା ସଂସ୍ପର୍ଶରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ପକ୍ଷରୁ ପରାମର୍ଶ ଦିଆଯାଇଛି ।
ପିପିଲି ଏବଂ ସତ୍ୟବାଦୀ ବ୍ଲକରେ ସ୍ଥିତିରେ ସୁଧାର ଆସିଥିବାବେଳେ ନିମାପଡ଼ା ଏବଂ ଡେଲାଙ୍ଗରେ କୁକୁଡ଼ା ମରା ଅଭିଯାନ ଜାରି ରହିଛି । ସଂକ୍ରମଣ ରୋକିବା ପାଇଁ ୫୧ଟି ରାପିଡ୍ ରେସପନ୍ସ ଟିମ୍ ପକ୍ଷୀମାନଙ୍କୁ ମାରିବା ଏବଂ କୁକୁଡ଼ା ଫାର୍ମଗୁଡ଼ିକର ବିଶୋଧନ କାର୍ଯ୍ୟରେ ନିୟୋଜିତ ଅଛନ୍ତି