ରାଜ୍ୟ

ଭଙ୍ଗା ହେବ ଓଡ଼ିଶା ଭବନ

ଙ୍ଗା ହେବ ଦିଲ୍ଲୀ ସ୍ଥିତ ଓଡ଼ିଶା ଭବନ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ- ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା।

ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା।

ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା। ଯେଉଁଥିରେ ଦର୍ଶାଯାଇଥିଲା କି, ମରାମତି ପରେ ବି ଓଡ଼ିଶା ଭବନ
ବ୍ୟବହାର ଉପଯୋଗୀ ନୁହେଁ। ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ। ଏହି ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button