ରାଜ୍ୟ

ଦକ୍ଷିଣ ଓଡ଼ିଶାରେ ଜଳପ୍ରଳୟ: ବର୍ଷା ଯୋଗୁଁ ସ୍ଥିତି ବେହାଲ, ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ମାଲକାନଗିରି, ଗଞ୍ଜାମରେ ସ୍ଥିତି ବେହାଲ। ପ୍ରବଳ ବର୍ଷାରେ ଧୋଇଗଲା ମାଲକାନଗିରି କନ୍ୟାଶ୍ରମ ଗାଁ ରାସ୍ତା ,ପାଙ୍ଗାମ ପୋଲରୁ ଖସିଲା ବର୍ଷା ଜଳ। ଫଶି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛି ଓଡ୍ରାଫ ଟିମ୍। ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାରୁ ପରିସ୍ଥିତି ଅସମ୍ଭାଳ ହେଲାଣି।

ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ତିନି ଜିଲ୍ଲା ହେଉଛି ମାଲକାନଗିରି, ଗଞ୍ଜାମ ଓ କୋରାପୁଟ। ପରିସ୍ଥିତିକୁ ନଜରରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଅବପାତ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି।

ଆଜି ଏହି ତିନି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାର ସ୍କୁଲ ଛୁଟି ନେଇ ଗତକାଲି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଘୋଷଣା କରିଥିଲେ। ମାତ୍ର ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯିବା ପରେ କୋରାପୁଟ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button