ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ଵର, ୧୦/୦୯ : ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ରାଜୀବ ଭବନ ସ୍ଥିତ ଏସଆରସି କାର୍ଯ୍ୟାଳୟରେ ରାଜସ୍ଵ ମନ୍ତ୍ରୀ ସମୀକ୍ଷା କରିଛନ୍ତି। ଏହି ସମୟରେ ଏସଆରସି ଦେଓରଞ୍ଜନ କୁମାର ସିଂ, ଅତିରିକ୍ତ ଡିଜି ସଞ୍ଜୟ କୁମାର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ସମୀକ୍ଷା ପରେ ମନ୍ତ୍ରୀ କହିଛନ୍ତି ଯେ, “୩୦ ଜିଲ୍ଲାରେ ବର୍ଷା ହୋଇଛି ।
ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। କୋରାପୁଟ ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ରହିଛି। ସମସ୍ତ ଜିଲାପାଳଙ୍କୁ ଆଗୁଆ ସତର୍କ କରାଯାଇଥିଲା। ୬ଟି ଓଡ୍ରାଫ ଓ ୫ ଅଗ୍ନିଶମ ଟିମ୍ ମାଲକାନଗିରି ଜିଲ୍ଲାରେ ନିୟୋଜିତ ହୋଇଥିଲେ। ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟତ ପ୍ରଭାବିତ ହୋଇଥିଲା। ପ୍ରବଳ ବର୍ଷା ସତ୍ତ୍ଵେ କାହାର ମୃତ୍ୟୁ ହୋଇନାହିଁ। ୮୦ଟି ଉଦ୍ଧାର ବୋଟ୍ ନିୟୋଜିତ ହୋଇଥିଲା। କେନ୍ଦ୍ର ସରକାରଙ୍କ ଗୃହ ବିଭାଗର ସଚିବଙ୍କ ସହିତ ରାଜ୍ୟ ଅତିରିକ୍ତ ଶାସନ ସଚିବ କଥା ହୋଇଥିଲେ।
ମାଲକାନଗିରି ଜିଲ୍ଲାରେ ୧୭୦୦ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି। ସମସ୍ତ ରିଲିଫ ସେଣ୍ଟରେ ସେମାନେ ରହିବେ। ଜଳ ସମ୍ପୂର୍ଣ୍ଣ ଛାଡିବା ଯାଏଁ ସେମାନେ ସେଠାରେ ରହିବେ । ତିନି ଜଣ ବରିଷ୍ଠ ଅଧିକାରୀ ଅଧିକାରୀ ସେଠାରେ ଅଛନ୍ତି । ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜିଲ୍ଲା ଓ ବ୍ଲକ ପ୍ରଶାସନ ସହିତ ରାଜ୍ୟ ସରକାର ସମନ୍ୱୟ ରଖିଛନ୍ତି । ମୁଖ୍ୟମନ୍ତ୍ରୀ ଘଟଣା ଉପରେ ନଜର ରଖିଛନ୍ତି । ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ଭୂସ୍ଖଳନ ଯୋଗୁଁ ଜଣେ ଆହତ ହୋଇଛନ୍ତି । ବନ୍ୟା ଓ ବର୍ଷା ଯୋଗୁଁ ଘର ଭାଙ୍ଗିଛି। ବର୍ଷା ଓ ପାଣି ଛାଡିବା ପରେ ଲୋକଙ୍କ ପାଖରେ ସମସ୍ତ ସୁବିଧା ଯୋଗାଇ ଦିଆଯିବ । ବର୍ଷା ଓ ବନ୍ୟା ଯୋଗୁଁ ମାଲକାନଗିରି ଜିଲ୍ଲା ବିଚ୍ଛିନ୍ନ ହେଉଛି । ଏନେଇ ପଦକ୍ଷେପ ନିଆଯିବ ।