ରାଜ୍ୟ

୧୮ରେ ରତ୍ନଭଣ୍ଡାର ଯାଞ୍ଚ; ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ। ଏହି କାରଣରୁ ସେହିଦିନ ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ୧୮ ତାରିଖ ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନିରୀକ୍ଷଣ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଜଗାଦର୍ଶନ କରିପାରିବେନି ଭକ୍ତ।

ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଦର୍ଶନ ବନ୍ଦ ରହିବ। ସେହିଦିନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ତେବେ ଏହି ସମୟ ମଧ୍ୟରେ ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ବାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସଆଇ)। ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଛି ଏଏସଆଇ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ପ୍ରାରମ୍ଭିକ ନୀରିକ୍ଷଣ ଏବଂ ଯାଞ୍ଚ ହେବ

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button