୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା – Ibnodisha

[ad_1]
ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ଶୁକ୍ରବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ପଞ୍ଜାବର ଅମୃତସରରୁ ବାହାରି ଚଣ୍ଡିଗଡ, ବାହରିଚ, ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୨ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହଛିି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
[ad_2]




