ରାଜ୍ୟ

୧୮ ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ: ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ। ଏଥିଲାଗି ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ଏକ କମିଟି ରତ୍ନଭଣ୍ଡାର ଯାଞ୍ଚ କରିବ ବୋଲି ଜଣାଯାଇଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ୧୮ ତାରିଖ ଦିନ ଗୋଟାଏ ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଯାଞ୍ଚ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଜଣାଯାଇଛି। ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଦର୍ଶନ ବନ୍ଦ ରହିବ। ସେହି ଦିନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button