ରାଜ୍ୟ

ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ଅପରାହ୍ନ ୫ରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ। ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ସେହିପରି ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେଉଛି ।

ଏଥିପାଇଁ ସକାଳୁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯାଇଛି । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତିକାନ୍ତି ବଢିବ ।

ଧାର୍ମିକ ମାନ୍ୟତା ଅନୁଯାୟୀ, ଏହି ଦିନ ଭଗବାନ ବିଷ୍ଣୁ ଯୋଗନିଦ୍ରାରେ ରହି ନିଜର ପାର୍ଶ୍ଵ ପରିବର୍ତ୍ତନ କରିଥାନ୍ତି । ଏହା ଫଳରେ ଭଗବାନ ବିଷ୍ଣୁଙ୍କର ସ୍ଥାନ ପରିବର୍ତ୍ତନ ହୋଇଥାଏ । ତେଣୁ ଏହାର ଏହିପରି ନାମକରଣ ହୋଇଥିବାର କୁହଯାଏ । ଧାର୍ମିକ ମାନ୍ୟତା ଅନୁସାରେ ଏହି ଦିନ ବ୍ରତ, ଉପବାସ ପୂଜା ଆଦି କରିବା ଦ୍ୱାରା ସମସ୍ତ ପାପରୁ ମୁକ୍ତି ମିଳେ ଏବଂ ଗୃହରେ କୌଣସି ପ୍ରକାର ଅଶାନ୍ତି ରହେ ନାହିଁ ।

Related Articles

Leave a Reply

Your email address will not be published. Required fields are marked *

Back to top button