ଆଗାମୀ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା – Ibnodisha

[ad_1]
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଛି । ବିହାରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦେଇ ପଶ୍ଚିମବଙ୍ଗ ଆଡ଼କୁ ଏକ ଟ୍ରଫ ଲାଇନ ଲମ୍ବିଛି ଏହାର ପ୍ରଭାବରେ ରାଜ୍ୟରେ ଆଗମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି । ଏନେଇ ଆଜି ୧୧ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି ।
ସୂଚନା ଅନୁଯାୟୀ, ଶନିବାର ଦିନ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, କେନ୍ଦୁଝର, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି, ଘଡଘଡ଼ି ମାରିବା ନେଇ ଆକଳନ କରାଯାଇଛି । ସେହିପରି ରବିବାର ଦିନ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କୋରାପୁଟ, ମାଲକାନଗିରି, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
[ad_2]




