ରାଜ୍ୟ

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ହୁ ପ୍ରତିକ୍ଷିତ ‘ସୁଭଦ୍ରା ଯୋଜନା’ର ହେଲା ଶୁଭାରମ୍ଭ । ଜନତା ମଇଦାନରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜ ଜନ୍ମ ଦିନ ଅବସରରେ ଓଡ଼ିଶାର ମହିଳାଙ୍କୁ ଏକ ବଡ଼ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ। ବଟନ ଟିପି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।

ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ୨ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂଦେଓ ବି ଉପସ୍ଥିତ ଅଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ବି ଉପସ୍ଥିତ ଅଛନ୍ତି।

‘ସୁଭଦ୍ରା’ ଶୁଭାରମ୍ଭ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ମନ୍ତବ୍ୟ ରଖି କହିଛନ୍ତି, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ କରୁଛୁ । କାରଣ ଆମେ ମହିଳାଙ୍କୁ ସ୍ୱାବଲମ୍ବୀ କରିବାକୁ ସୁଭଦ୍ରା ଯୋଜନାର ପ୍ରତିଶ୍ରୁତି ଦେଇଥିଲୁ । ଏହା ଏକ ଯୁଗାନ୍ତକାରୀ ଯୋଜନା। ଏହାକୁ ସେମାନେ ନିଜ ଆବଶ୍ୟକତା ଅନୁଯାୟୀ, ବ୍ୟବସାୟ ପାଇଁ, ପରିବାର ପାଇଁ ତଥା ନିଜ ପିଲାଙ୍କ ପାଇଁ ଏହାକୁ ଖର୍ଚ୍ଚ କରିପାରିବେ। ଏହାଦ୍ୱାରା ରାଜ୍ୟର କୋଟିଏରୁ ଅଧିକ ମହିଳା ଉପକୃତ ହେବେ ।

ଯେଉଁମାନଙ୍କ ମଧ୍ୟରେ ଆଗକୁ ବଢ଼ିବାକୁ ଇଚ୍ଛା ଅଛି ହେଲେ ହାତରେ ପୁଞ୍ଜି ନାହିଁ। ଏହି ଯୋଜନା ସେମାନଙ୍କ ଇଚ୍ଛା ପୂରଣ କରିବାରେ ସହାୟକ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଯୋଜନାରେ ମହିଳାଙ୍କ ଆକାଉଣ୍ଟକୁ ବର୍ଷକୁ ଦୁଇ ଥର ଦୁଇଟି କିସ୍ତିରେ ୫ ହଜାର ଲେଖାଏ ଯିବ । ୫ ବର୍ଷ ଯାଏ ମହିଳାମାନେ ଏହି ଆର୍ଥିକ ପ୍ରୋତ୍ସାହନ ରାଶି ପାଇପାରିବେ। ୨୦୨୧ ସୁଦ୍ଧା ଓଡ଼ିଶାକୁ ଭାରତର ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ଏହି ଯୋଜନା ପ୍ରମୁଖ ଭୂମିକା ନିର୍ବାହ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ନିଜ ଗସ୍ତ କାଳ ଅବସରରେ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଛନ୍ତି ମୋଦି। ତା’ସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇଛନ୍ତି।

ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button