ରାଜ୍ୟ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସ୍ଆଇ, ଅପରାହ୍ନ ୧ଟାରୁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଏଏସଆଇ ପକ୍ଷରୁ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଞ୍ଚ କରାଯିବ। ଏଏସଆଇ ଅତିରିକ୍ତ ମହା ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଆଜି ଗୋଟିଏ ଦିନ ହେବ ଯାଞ୍ଚ। ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନର ୨୬ ଜଣିଆ ମିଳିତ ଟିମ୍ ସାମିଲ ହେବେ। ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ ସର୍ବେକ୍ଷଣ କରିବାକୁ ବିଭିନ୍ନ ଯନ୍ତ୍ରପାତି ନେବାକୁ ASIକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି ।

ଏହି ସର୍ବେକ୍ଷଣ ସମ୍ପର୍କିତ ଉତ୍ତୋଳନ ହେଉଥିବା ଚିତ୍ର କିମ୍ବା ଭିଡିଓ କେବଳ ବୈଜ୍ଞାନିକ ଅନୁସନ୍ଧାନ ପାଇଁ ବ୍ୟବହାର କରାଯିବ। ଏହା କୌଣସି ମିଡିଆ କିମ୍ବା ସୋସିଆଲ୍ ମିଡିଆରେ ପ୍ରସାରିତ ହେବ ନାହିଁ। ସେହିପରି ବୈଜ୍ଞାନିକ ଯନ୍ତ୍ରପାତି ନେବା ବା ବ୍ଯବହାର ସମୟରେ ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ସମ୍ମାନ ପ୍ରଦାନ କରାଯିବାକୁ ସର୍ତ୍ତ ରଖାଯାଇଛି। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ବା ଏସଓପି ଅନୁସାରେ ଏହି ନିରୀକ୍ଷଣ ଅନୁଷ୍ଠିତ ହେବ।

ଏସଓପି ଅନୁସାରେ ରତ୍ନଭଣ୍ଡାର ଯାଞ୍ଚ ବେଳେ ଶ୍ରୀଜିଉଙ୍କ ନୀତିକାନ୍ତିରେ ଯେପରି ବ୍ୟାଘାତ ନଘଟେ, ସେଥିପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ଅପରାହ୍ନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେହିପରି ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

Related Articles

Leave a Reply

Your email address will not be published. Required fields are marked *

Back to top button