ଖେଳ

ଆଜିଠୁ ଭାରତ ଓ ବାଂଲାଦେଶ ପ୍ରଥମ ଟେଷ୍ଟ; ବ୍ୟାଟିଂ କରୁଛି ଭାରତ

ମାଜ ଡିଜିଟାଲ ଡେସ୍କ: ଆଜିଠୁ ଭାରତ-ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ଶୃଙ୍ଖଳା ଆରମ୍ଭ ହୋଇଛି। ଚେନ୍ନାଇର ଚେପକ ଷ୍ଟାଡିୟମରେ ଟସ୍‌ ଜିତି ବାଂଲାଦେଶ ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଛି। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଛନ୍ତି ବାଂଲାଦେଶର ସ୍ପିନର। ନିକଟ ଅତୀତରେ ଭାରତୀୟ ବ୍ୟାଟିଂକ୍ରମ ସ୍ପିନରଙ୍କୁ ଖେଳିବାରେ ଅସୁବିଧାରେ ପଡ଼ିଥିଲେ।ତେବେ ଆଜିର ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଦୃଢ ମନୋବଳ ନେଇ ପଡ଼ିଆକୁ ଓହ୍ଲାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button