ରାଜ୍ୟ

ହାଇୱାକୁ ପଛରୁ ଧକ୍କା ଦେଇ ଡିଭାଇଡର ଉପରକୁ ଚଢ଼ିଗଲା ଯାତ୍ରୀବାହୀ ବସ୍‌ – Ibnodisha

[ad_1]

ଯାଜପୁର: ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ଦିନ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ ଡମ୍ପର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ଯାଜପୁର ଜିଲ୍ଲା ନେଉଳପୁର ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଯାତ୍ରୀବାହୀ ବସ୍‌ (ଅଜୟ) ଭାରସାମ୍ୟ ହରାଇ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା। ଏହା ପରେ ଅନିୟନ୍ତ୍ରିତ ହୋଇ ଡିଭାଇଡରକୁ ଚଢ଼ିଯାଇଥିଲା। ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଆହତ ହୋଇଥିଲେ।

ଘରୋଇ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ଵରରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଏଥିରେ ପାଖାପାଖି ୪୦ ଜଣ ଯାତ୍ରୀ ବସିଥିଲେ। ଦିନ ପ୍ରାୟ ୧୨ଟା ବେଳେ ନେଉଳପୁର ଛକ ନିକଟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସୂଚନା ପାଇ ଚଣ୍ଡିଖୋଲ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଧର୍ମଶାଳା ଓ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଧର୍ମଶାଳା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button