IBN ଓଡ଼ିଶା ବ୍ୟୁରୋ

ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା; ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

ମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନାକୁ କଡା ନିନ୍ଦା କରିବା ସହ ନ୍ୟାୟିକ ତଦନ୍ତ ଦାବି କରିଛି ବିଜୁ ଜନତା ଦଳ। ଏନେଇ ଆଜି ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ଘଟଣାରେ ପୁଲିସର ସଂପୃକ୍ତି ଥିବାରୁ ପୁଲିସ ତଦନ୍ତ ଉପରେ ଦଳର ଭରସା ନାହିଁ।

ଏଥିପାଇଁ ବଚାର ବିଭାଗୀୟ ତଦନ୍ତ କରି ତୁରନ୍ତ ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ବିକ୍ଷୋଭ କରିଛି ବିଜେଡି। ଥାନାରେ ସିସିଟିଭି ପୂର୍ବରୁ ଥିବାବେଳେ ଏବେ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେଡି। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡି ପଡ଼ିଥିବା ବେଳେ ଶହେ ଦିନର ସରକାର କେବଳ ରଙ୍ଗ ବଦଳାଇବାରେ କାମ କରୁଛନ୍ତି ବୋଲି ବିଜେଡି କହିଛି। ଘଟଣା ନେଇ ରାଷ୍ଟ୍ରପତିଙ୍କ ଉର୍ଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button