IBN ଓଡ଼ିଶା ବ୍ୟୁରୋ

ଜଳବନ୍ଦୀ ସୂର୍ଯ୍ୟ ମନ୍ଦିର; ଜମିଛି ଆଣ୍ଠୁଏ ଉଚ୍ଚର ପାଣି

ଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ପ୍ରବଳ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଜିଲ୍ଲା ସମେତ କଟକ, ଭୁବନେଶ୍ୱର, ପୁରୀରେ ବି ଲାଗି ରହିଛି ବର୍ଷା। ଫଳରେ ସୂର୍ଯ୍ୟ ମନ୍ଦିର କୋଣାର୍କ ହୋଇଛି ଜଳବନ୍ଦୀ। ଜମି ରହିଛି ଫୁଟେ ଉଚ୍ଚର ପାଣି। ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଜି କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।

ଲଗାଣ ବର୍ଷା ଯୋଗୁଁ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମି ରହିଛି। ଯେଉଁ ରାସ୍ତା ଦେଇ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରାଯାଏ, ପାର୍ଶ୍ୱ ରାସ୍ତା ଦେଇ ପର୍ଯ୍ୟଟକ ମନ୍ଦିର ବେଢ଼ା ବୁଲନ୍ତି ସେ ସବୁ ବୁଡ଼ି ଯାଇଛି। ଫଳରେ ପର୍ଯ୍ୟଟକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। କିଛି ପର୍ଯ୍ୟଟକ ପାଣି ଭିତରେ ପଡ଼ି ବି ଯାଇଛନ୍ତି। ଫଳରେ ସେମାନେ ମନ୍ଦିର ପ୍ରଶାସନ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button