IBN ଓଡ଼ିଶା ବ୍ୟୁରୋ

ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

ନୂଆଦିଲ୍ଲୀ: ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ। ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ- ସିବିଏସଇ ଏନେଇ ବିଜ୍ଞପ୍ତି ଜାରି କରିଛି ।

ବୋର୍ଡ ଗାଇଡଲାଇନ ଅନୁସାରେ, ଛାତ୍ରଛାତ୍ରୀ ବିଦ୍ୟାଳୟରେ ୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ପରୀକ୍ଷା ପାଇଁ ଯୋଗ୍ୟ ହେବେ।

ସମସ୍ତ ସିବିଏସଇ ଅନୁବନ୍ଧିତ ସ୍କୁଲ ପ୍ରିନ୍ସିପାଲମାନଙ୍କୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସଇ ଏହାର ସଦ୍ୟ ପ୍ରକାଶିତ ବିଜ୍ଞପ୍ତି ମାଧ୍ୟମରେ ବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଉପରେ ଧ୍ୟାନ ଦେବାକୁ କହିଛନ୍ତି । ଫେବ୍ରୁଆରି ୧୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ଯେଉଁମାନେ ଉପସ୍ଥାନ ତଥା ଅନ୍ୟାନ୍ୟ ଦୃଷ୍ଟିରୁ ଯୋଗ୍ୟ ବିବେଚିତ ହେବେ କେବଳ ସେହିମାନଙ୍କ ପାଖକୁ ଆଡମିଟ୍ କାର୍ଡ ପଠାଯିବ । ଏନେଇ ଜାନୁୟାରୀ ୭ ପୂର୍ବରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ।

ଯଦି କୌଣସି ପିଲାଙ୍କର ଉପସ୍ଥାନ କମ୍ ହୋଇଥାଏ, ତେବେ ସେମାନେ ଏହାର ଉପଯୁକ୍ତ କାରଣ ଦସ୍ତାବିଜ ସହ ଜାନୁୟାରି ୂ ୭ ପୂର୍ବରୁ କର୍ତ୍ତୃପକ୍ଷଙ୍କୁ ଜଣାଇବେ। ଏହି ସମୟସୀମା ପରେ କୌଣସି ଆବେଦନକୁ ବିଚାରକୁ ନିଆଯିବ ନାହିଁ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଉଭୟ ଥିଓରୀ ଏବଂ ପ୍ରାକ୍ଟିକାଲ ପରୀକ୍ଷାରେ ପାସ୍ କରିବାକୁ ହେବ। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଏହି ନିର୍ଦ୍ଦେଶନାମାର ଦୃଢ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେବାକୁ କୁହଯାଇଛି । ଏଥି ସହିତ ଅଭିଭାବକମାନଙ୍କୁ ଏନେଇ ଅବଗତ କରିବା ନେଇ ମଧ୍ୟ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button