ରାଜ୍ୟ

ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ଆକ୍ରମଣ: ପନ୍ତି ବଡୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସୁପର ଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଚନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ କରିବାକୁ ନିଷିଦ୍ଧ କରାଯାଇଛି।

ସେପଟେ ଏହି ଘଟଣାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ବରଦାସ୍ତ କରାଯିବନି। ସୂଚନା ମୂତାବକ ଶୁକ୍ରବାର ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଦୁର୍ବୃତ୍ତଙ୍କ ଭୁଜାଲି ଚୋଟରେ ଜଣେ ବରିଷ୍ଠ ସେବାୟତ ତଥା ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ କାର୍ଯ୍ୟରତ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀ ଗୁରୁତର ଆହତ ହୋଇଥିଲେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସଦର ହସ୍ପିଟାଲରେ ଭର୍ତ୍ତି କରାରଯାଇଥିଲା । ଆନନ୍ଦ ବଜାରରେ ଅଣ ସେବାୟତଙ୍କ ପ୍ରାଦୁର୍ଭାବର ପ୍ରତିବାଦ କରିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ସିଂହଦ୍ୱାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ ଆଜି ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକଙ୍କୁ ନିଲମ୍ବନ କରାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button