ରାଜ୍ୟ

ବାତ୍ୟାକୁ ନେଇ ବଡ଼ ଖବର; ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା

ଭୁବନେଶ୍ୱର 20/10: ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର। ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା। ଅକ୍ଟୋବର ୨୪ ସକାଳ ସୁଦ୍ଧା ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ । IMD ପକ୍ଷରୁ ସୂଚନା ଜାରି ହୋଇଛି। ୨୨ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବାର ପୂର୍ବାନୁମାନ କରାଯାଇଛି।

ଯାହା ୨୩ ତାରିଖ ସୁଦ୍ଧା ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବାର ପୂର୍ବାନୁମାନ କରାଯାଇଛି। ବାତ୍ୟା ରୂପ ନେବା ପରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୨୪ରେ ଉପକୂଳ ଛୁଇଁବ। ସମ୍ଭାବ୍ୟ ବାତ୍ୟା ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଇ ଶକ୍ତିଶାଳୀ ହେଇଛି ଘୂର୍ଣ୍ଣିବଳୟ। କ୍ରମଃଶ ଏହା ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଆସନ୍ତା ୨୧ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଏହା ଉତ୍ତରପଶ୍ଚିମ ଦିଗରେ ମୁହାଁଇ ୨୩ ତାରିଖବେଳକୁ ନେବ ଅବପାତର ରୂପ। ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହି ଲଘୁଚାପ ପ୍ରଭାବରେ ୨୩ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ହେବାନେଇ ଆକଳନ କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୪ ଓ ୨୫ରେ ଅଧିକ ବର୍ଷା ହେବ। ଏପରିକି ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି ଉପକୂଳ ଓଡ଼ିଶାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ସୁଦ୍ଧା ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିବା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ପରାମର୍ଶ ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button