ରାଜ୍ୟ

ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

 ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି | ଶେଷରେ ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି।

ସୂଚନା ମୁତାବକ, କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି।

ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି। ଭୁବନେଶ୍ୱର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି।

କେନ୍ଦୁଝର ସ୍ଥିତ ସରକାରୀ ବାସଭବନ, ଅଫିସ୍, କଟକ ରାମକାପୁର ପୈତୃକ ବାସଭବନ, ବନାହାରାରେ ଥିବା ସଂପର୍କୀୟଙ୍କ ଘରେ ଛାପା ମାରିଛି ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ୩୬ଟି ପ୍ଲଟ, ୩ଟି ଫ୍ଲାଟ, ଯାଜପୁର କୋରେଇରେ ୩ ମହଲା କୋଠା ଏବଂ ଏକ ଗାଡ଼ି ଜବତ କରାଯାଇଛି। କୈଳାସ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button