ରାଜ୍ୟ

ବୈତରଣୀ ମୁହାଣରେ ବୁଡ଼ିଲା ମତ୍ସ୍ୟଜୀବୀଙ୍କ ଡଙ୍ଗା

ଦ୍ରକ: ଭଦ୍ରକ ଜିଲ୍ଲା ଧାମରା ବନ୍ଦର ନିକଟରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଥିବା ବୈତରଣୀ ନଦୀ ମୁହାଣରେ ମତ୍ସ୍ୟଜୀବୀଙ୍କ ଡଙ୍ଗା ବୁଡ଼ିଯାଇଥିଲା। ତେବେ ସେଥିରେ ଥିବା ସମସ୍ତ ୧୦ ମତ୍ସ୍ୟଜୀବୀ ସୁରକ୍ଷିତ ଥିବା ଜଣାଯାଇଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଧାମରା ବନ୍ଦରରେ ବିପଦ ସଙ୍କେତ ଜାରି କରାଯାଇଛି।

ତେଣେ ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ନଦୀକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି, ଅବପାତ କାଲି ସକାଳ ସୁଦ୍ଧା ନେବ ବାତ୍ୟାର ରୂପ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ ଏବଂ ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା। ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ। ଏଥିନେଇ ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ବିପଦ ସଙ୍କେତ ଜାରି କରାଯାଇଛି। ସବୁ ବନ୍ଦକୁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। କାଲି ସନ୍ଧ୍ୟାରେ ପାଗରେ ପରିବର୍ତ୍ତନ ଆସିବ। ଏଣୁ ଆଜିଠାରୁ ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button