ରାଜ୍ୟ

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ସହ ପର୍ଯ୍ୟାପ୍ତ ଔଷଧ ମହଜୁଦ ନିର୍ଦ୍ଦେଶ

ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ବୈଠକ ଆଜି ଲୋକସେବା ଭବନରେ ଆଭାସୀ ଜରିଆରେ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସକଙ୍କୁ ବାତ୍ୟା, ବନ୍ୟା ଓ ବିପର୍ଯ୍ୟୟ ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟ, ଜିଲ୍ଲା, ଉପଖଣ୍ଡ ଓ ବ୍ଲକସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ, ସମସ୍ତ ଚିକିତ୍ସାଳୟରେ ପର୍ଯ୍ୟାପ୍ତ ପରିମାଣର ଔଷଧ, ଓଆରଏସ୍‌, ହାଲୋଜେନ ବଟିକା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖିବା ପାଇଁ ପରାମର୍ଶ ଦିଆଯାଇଛି। ଆବଶ୍ୟକ ସ୍ଥଳେ ଗର୍ଭବତୀ ମହିଳାମାନଙ୍କୁ ନିକଟସ୍ଥ ମା’ଗୃହକୁ ସ୍ଥାନାନ୍ତରଣ କରିବା, ଡାକ୍ତରଖାନାରେ ଡିଜି-ଜେନେରେଟର ଓ ପର୍ଯ୍ୟାପ୍ତ ପରିମାଣର ଡିଜେଲ ମହଜୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ, ଜିଲ୍ଲା ଓ ବ୍ଲକର ତ୍ୱରିତ ପ୍ରତିକ୍ରିୟା ଦଳକୁ ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ପାଇଁ ପ୍ରସ୍ତୁତ ରହିବା, କୋଲ୍‌ଡ ଚେନ ପଏଣ୍ଟ ଓ ପାୱାର ବ୍ୟାକଅପ୍‌ର ବନ୍ଦୋବସ୍ତ, ଜଳର ନିୟମିତ ପରୀକ୍ଷା, ନିର୍ଦ୍ଦିଷ୍ଟ ପୋର୍ଟାଲରେ ନିୟମିତ ବ୍ୟବଧାନରେ ତଥ୍ୟ ଅପଲୋଡ୍‌, ଗର୍ଭବତୀ ମହିଳା, ସାପ କାମୁଡ଼ା ଓ ଦୁର୍ଘଟଣା ପାଇଁ ସ୍ୱତନ୍ତ୍ର ଶଯ୍ୟା ସଂରକ୍ଷିତ ରଖିବାକୁ କୁହାଯାଇଛି। ବ୍ୟାପକ ଜନସଚେତନତା, ଅକ୍ସିଜେନ ସିଲିଣ୍ଡର ମହଜୁତ ରଖିବା, ସଦର ମହକୁମା ନ ଛାଡ଼ିବା ଓ ଯେଉଁଠି ଔଷଧ ମହଜୁତ ନାହିଁ ବା ଅଧିକ ଔଷଧର ଆବଶ୍ୟକତା ରହିଛି ତୁରନ୍ତ ବିଭାଗକୁ ଜଣାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ବ୍ରହ୍ମପୁର ସ୍ଥିତ MKCG ମେଡିକାଲ କଲେଜ ଓ ହସ୍‌ପିଟାଲର ଡାକ୍ତର ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରିଛନ୍ତି କର୍ତ୍ତୃପକ୍ଷଛି।୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ଡାକ୍ତର, କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟର୍ସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେ ଇସବୁ ବିଭାଗୀୟ ମୁଖ୍ୟଙ୍କୁ ଏମକେସିଜି ଡିନ୍ ତଥା ପ୍ରିନ୍ସିପାଲ ଚିଠି ଲେଖିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button