ରାଜ୍ୟ

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ଠାରୁ ବଢିବ ବର୍ଷାର ପରିମାଣ। ବାତ୍ୟା ପ୍ରଭାବରେ ଆସନ୍ତାକାଲି ୭ ଜିଲ୍ଲାରେ ପ୍ରବଳ ବର୍ଷିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡିକ ହେଉଛି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର।

ସେହିପରି ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ।

କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି। ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ ଓ ନୟାଗଡ଼ ଜିଲ୍ଲାକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୨୫ ତାରିଖରେ ଅତି ଭୀଷଣ ବର୍ଷା ପାଇଁ ୪ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକକୁ ରେଡ ଆଲର୍ଟ ଜାରି ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button