ରାଜ୍ୟ

ବାତ୍ୟା ‘ଦାନା’: ୯ ମନ୍ତ୍ରୀଙ୍କୁ ଏହି ସବୁ ଜିଲ୍ଲାକୁ ତଦାରଖ ପାଇଁ ଦାୟିତ୍ୱ

ଭୁବନେଶ୍ୱର: ବାତ୍ୟା ‘ଦାନା’ କୁ ନେଇ ରାଜ୍ୟ ସରକାର ‘ଜିରୋ କାଜିଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି । ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ଜଗତସିଂହପୁର ଜିଲ୍ଲା ପାଇଁ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଦାୟିତ୍ଵ ମିଳିଥିବା ବେଳେ, ବାଲେଶ୍ୱର ପାଇଁ ପଂଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କୁ ଦାୟିତ୍ୱ ଦିଆଯାଇଛି।

ସେହିପରି କ୍ରୀଡ଼ାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଙ୍କୁ ଭଦ୍ରକ, ମୟୂରଭଞ୍ଜ ପାଇଁ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରାପଡ଼ା ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, କେନ୍ଦୁଝର ପାଇଁ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ଦାୟିତ୍ୱ ଓ କଟକ ଦାୟିତ୍ୱ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦିଆଯାଇଛି।

ଏହା ପୂର୍ବରୁ ୬ଜଣ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ୬ଟି ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରିଥିଲେ ରାଜ୍ୟ ସରକାର

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button