ରାଜ୍ୟ

ମହାରାଷ୍ଟ୍ର ମହାବଳ ଆସିଲା ଶିମିଳିପାଳ

ଭୁବନେଶ୍ୱର: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍ ଦ୍ବାରା ବାଘକୁ ଅଣାଯାଇଥିଲା ବେଳେ ଏହାକୁ ଶିମିଳିପାଳ କୋର୍ ଏରିଆରେ ଛଡ଼ାଯିବ।

୨୦୨୪ ମସିହାରେ କରାଯାଇଥିବା ରାଜ୍ୟ ସ୍ତରୀୟ ବାଘ ଜନଗଣନା ଅନୁଯାୟୀ, ଓଡିଶାରେ ସମୁଦାୟ ୨୭ ଟି ରୟାଲ ବେଙ୍ଗଲ ବାଘ ଦେଖିବାକୁ ମିଳିଥିଲା, ସେଥିମଧ୍ୟରୁ ୨୪ ଟି ଶିମିଳିପାଳ ଟାଇଗର ରିଜର୍ଭରେ, ଗୋଟିଏ କେନ୍ଦୁଝର ୱାଇଲ୍ଡ ଲାଇଫ ଡିଭିଜନରେ, ଗୋଟିଏ ପାରଳାଖେମୁଣ୍ଡି ଏବଂ ଗୋଟିଏ ହୀରାକୁଦ ୱାଇଲ୍ଡ ଲାଇଫ ଡିଭିଜନରେ ଦେଖିବାକୁ ମିଳିଥିଲା। ଏହି ପୃଥକ ଭାବରେ, ଗଣନା ସମୟରେ ଶିମିଳିପାଳରେ ୮ ଟି ବେଙ୍ଗଲ ଟାଇଗର ଛୁଆ ଦେଖାଯାଇଥିଲେ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button