ରାଜ୍ୟ

‘ହୀରାକୁଦ ଜଳଭଣ୍ଡାରକୁ ଶିଳ୍ପବର୍ଜ୍ୟ ଛାଡ଼ିଲେ କାର୍ଯ୍ୟାନୁଷ୍ଠାନ’

ସିଆର ଦୀର୍ଘତମ ନଦୀବନ୍ଧ ଯୋଜନା ହୀରାକୁଦ ଡ୍ୟାମ୍‌ର ପାଣିକୁ ନେଇ ଆସିଛି ସାଂଘାତିକ ତଥ୍ୟ। ଅଣମୌସୁମୀ ଋତୁରେ ପାଣିରେ ଗନ୍ଧକର ମାତ୍ରା ସର୍ବାଧିକ ରହୁଥିବା ବେଳେ ମୌସୁମୀ ଋତୁରେ ନାଇଟ୍ରେଟ୍‌ର ପରିମାଣ ଆବଶ୍ୟକତାଠାରୁ ଅଧିକ ରହୁଛି। ଜଳଭଣ୍ଡାର ପାଣିରେ ଅନିୟନ୍ତ୍ରିତ କୃଷିଭିତ୍ତିକ ଓ ଶିଳ୍ପଭିତ୍ତିକ ବର୍ଜ୍ୟ ମିଶିବା ହିଁ ପାଣିର ଉପାଦାନ ପ୍ରଭାବିତ ହେବାର ମୁଖ୍ୟ କାରଣ ବୋଲି ରିପୋର୍ଟରେ ଦର୍ଶାଯାଇଛି।

ଏଥିଯୋଗୁଁ ମାଛବଂଶ ଲୋପ ପାଇବା ସହ ଲୋକମାନେ ବିଭିନ୍ନ ରୋଗରେ ପୀଡିତ ହେଉଛନ୍ତି। ଏହାବ୍ୟତୀତ ସମ୍ବଲପୁର-ଝାରସୁଗୁଡ଼ା-ସୁନ୍ଦରଗଡ଼ ଶିଳ୍ପ କରିଡରରେ ବାୟୁ ପ୍ରଦୂଷଣ ପ୍ରମୁଖ ଚିନ୍ତାର କାରଣ ପାଲଟିଛି। ଏହାକୁ ନେଇ ରାଜ୍ୟ ସରକାର ଚିନ୍ତିତ ରହିଛନ୍ତି। ଖୁବ୍‌ଶୀଘ୍ର ଆବଶ୍ୟକ ପଦକ୍ଷେପ ନିଆଯିବ। ଆସନ୍ତା ୩ ଦିନ ମଧ୍ୟରେ ଆନ୍ତଃଜିଲା ସମନ୍ବୟ ବୈଠକ ବସିବ ବୋଲି ଓଡ଼ିଶା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି |

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button