ରାଜ୍ୟ

ଭୁବନେଶ୍ୱରରେ ଖୋଲିବ ଜାତୀୟ ନାଟ୍ୟ ବିଦ୍ୟାଳୟର ଶାଖା

ଡ଼ିଶା ନାଟ୍ୟ ଜଗତ ପାଇଁ ଆଉ ଏକ ଖୁସି ଖବର। ରାଜ୍ୟ ରାଜଧାନୀରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ (ଏନ୍‌ଏସ୍‌ଡି)ର ଆଞ୍ଚଳିକ ଶାଖା। ଏନେଇ ରାଜ୍ୟ ସରକାର ବିଧିବଦ୍ଧ ଅନୁମତି ଦେଇଛନ୍ତି।ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ଅନେକ ବିଭାଗ ଥିଲେ ବି ପ୍ରଥମରୁ ଅଭିନୟ, ଲିଖନ, ଡିଜାଇନ୍ ଓ ନିର୍ଦ୍ଦେଶନା ଉପରେ ପାଠପଢା ହେବ।ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା ହେବା ଆମ ପାଇଁ ଗର୍ବର ବିଷୟ।

ନାଟକ ଏବଂ ଅଭିନୟ କ୍ଷେତ୍ରରେ ଭବିଷ୍ୟତ ନିର୍ମାଣ କରିବାକୁ ଚାହୁଁଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ମିଳିବ |

ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସହ ଆଲୋଚନା କରି ଏଥିପାଇଁ ପ୍ରସ୍ତାବ ରଖିଥିଲେ। ସରକାରଙ୍କ ତରଫରୁ ଆଞ୍ଚଳିକ ଶାଖା ପ୍ରତିଷ୍ଠା ପାଇଁ ଅନୁମୋଦନ ମିଳିବା ପରେ ମନ୍ତ୍ରୀ ଶ୍ରୀ ସୂରଜ ଏହା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ମତପ୍ରକାଶ କରିଛନ୍ତି। ତେବେ ଖୁବ୍ ଶୀଘ୍ର ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ ପାଇଁ ସ୍ଥାୟୀ ଜମି ଚିହ୍ନଟ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ବିଶିଷ୍ଟ ଅଭିନେତା ପରେଶ୍ ରାୱଲ ଏବେ ଅଧ୍ୟକ୍ଷ ଓ ଓଡ଼ିଶାର ବିଶିଷ୍ଟ ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀ ଏହାର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button