ରାଜ୍ୟ

ରାଜ୍ୟରେ ଅସ୍ଵାଭାବିକ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜଙ୍ଗଲ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ୫୦ ହାତୀ ଅପମୃତ୍ୟୁର ଶିକାର ହୋଇଥିବା ରିପୋର୍ଟ ମିଳିଛି।ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରିଛନ୍ତି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ। ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟଣାର ବିସ୍ତୃତ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହାତୀ ମୃତ୍ୟୁ ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରି ଏକ ମାସ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଭାଗର ଅତିରିକ୍ତ ପ୍ରମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ଲେଖିଥିବା ଚିଠିରେ ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁକୁ ରୋକିବା ଉପରେ ଗୁରୁତ୍ୱାରୋପ କରାଯାଇଛି।

ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁକୁ ରୋକିବା ପାଇଁ ରାଜ୍ୟ ସରକାର ଗଜ ସାଥୀ ଏବଂ ଦ୍ରୁତ କାର୍ଯ୍ୟାନୁଷ୍ଠାନ ଦଳ ସମେତ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ତେବେ ହାତୀମାନଙ୍କ ସୁରକ୍ଷା ପାଇଁ ଆଇନଗତ ସୁରକ୍ଷା ବ୍ୟବସ୍ଥା ସହିତ ସୁରକ୍ଷିତ ପରିବେଶ ନିଶ୍ଚିତ କରିବାକୁ ଜଙ୍ଗଲ ଅଧିକାରୀଙ୍କ ପକ୍ଷରୁ ଅଧିକ ଯତ୍ନ ଏବଂ ଆନ୍ତରିକତାର ଆବଶ୍ୟକ ଥିବା କହିଛନ୍ତି ମନ୍ତ୍ରୀ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button