ରାଜ୍ୟ

ଜଙ୍ଗଲ ସୃଷ୍ଟି କରିବାକୁ ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ସରକାର ; ମନ୍ତ୍ରୀ

ହାତୀଙ୍କ ପାଇଁ ଜଙ୍ଗଲ ଅଭାବ ପ୍ରସଙ୍ଗରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସରକାର ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ। ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ବି ସରକାର ନିଷ୍ପତ୍ତି ନେଇଛନ୍ତି।

ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କେଉଁ କାରଣରୁ ରାଜ୍ୟରେ ଏତେ ସଂଖ୍ୟକ ହାତୀ ମରୁଛନ୍ତି, ତାହାର ତଦନ୍ତ କରାଯାଉଛି। ଶିକାରୀ ଦ୍ୱାରା କି ବିଦ୍ୟୁତ୍ ଦ୍ୱାରା ମରିଛନ୍ତି ତାହାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟରେ ଜଙ୍ଗଲ ତୁଳନାରେ ଅଧିକ ହାତୀ ରହିଛନ୍ତି। ତେଣୁ ବର୍ତ୍ତମାନ ବିଭାଗ ଚିନ୍ତା କରୁଛି ଅଧିକ ଜଙ୍ଗଲ ସୃଷ୍ଟି କରିବା ଲାଗି। ବର୍ତ୍ତମାନ ଜଙ୍ଗଲ କେତେ ପରିମାଣରେ ରହିଛି, ଆଉ କେତେ ଆବଶ୍ୟକ ରହିଛି, ଵର୍ତମାନର ପରିସ୍ଥିତି ହାତୀଙ୍କୁ ସୁହାଉଛି କି ନାହିଁ ଏବଂ ସେମାନଙ୍କ ଖାଇବା ପିଇବାରେ ଅସୁବିଧା ହେଉଛି କି ତାର ଅନୁଧ୍ୟାନ ବିଭାଗ କରୁଛି। ସମସ୍ତ ବିଶେଷଜ୍ଞଙ୍କ ସହ ଆଲୋଚନା କରି ଅଧିକ ପଦକ୍ଷେପ ନିଆଯିବ। ହେନ୍ତାଳ ବଣ ଠୁ ନେଇ ଗ୍ରାମ୍ୟ ଜଙ୍ଗଲ ବଢାଇବା ପାଇଁ ସରକାର ପଦକ୍ଷେପ ନେବା ସହ ଘରୋଇ ଲୋକଙ୍କୁ ମଧ୍ୟ ସାମିଲ କରାଯିବ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button