ରାଜ୍ୟ

ଗଛରେ ପିଟି ହୋଇ ଓଲଟିଲା ବସ୍‌; ଜଣେ ମୃତ, ୩୦ ଆହତ

ଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ନୂଆଁ ଗାଁ ଥାନା ଅନ୍ତର୍ଗତ ସୋରଡା ଛକରେ ଏହି ଦୁର୍ଘଟଣା ଘଟିଛି।

ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

ଅନ୍ୟପକ୍ଷରେ ମୃତ ବ୍ୟକ୍ତି ଜଣଙ୍କ ବସ୍ ଡ୍ରାଇଭର ବୋଲି ଜଣାଯାଇଛି।

ଆଜି ସକାଳେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସ୍ଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଓ ନୂଆଁ ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ନୂଆଗାଁ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଛି ଲୋକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଅଶାଙ୍କା କରାଯାଉଛି। ଦୁର୍ଘଟଣା ପରେ ସେହି ରାସ୍ତା ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଚଳାଚଳ ପ୍ରଭାବିତ ହୋଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button