ରାଜ୍ୟ

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ – Ibnodisha

[ad_1]

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳିତ ହେଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ, ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି। ଏଠାରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଆଜିର ଏହି ବନ୍ଦରେ ସହରର ୪୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଜିଲ୍ଲା ସଙ୍ଘର୍ଷ ସମିତିର ସଭାପତି ଶେଷଦେବ ପୁଟେଲ କାର୍ଯ୍ୟକାରୀ ସଭାପତି ବ୍ରଜ ଶ୍ୟାମ ଗୁରୁ, ଏନଏସି ଅଧକ୍ଷ ବରିୟାମ ସିଂହ ସାଲୁଜା, ବିଦେଶୀ ବେହେରା, ଅଜୟ ଅଗ୍ରୱାଲ, ପ୍ରଦୀପ ବାଗ, ଅମରଚନ୍ଦ ଶର୍ମା ଓ ବିଭିନ୍ନ ସଂଗଠନର ସଦସ୍ୟମାନେ ଏଥିରେ ସାମିଲ ହୋଇ ବନ୍ଦ ପାଳନ କରୁଛନ୍ତି।



[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button