IBN ଓଡ଼ିଶା ବ୍ୟୁରୋ

ପୁଅର ମୁଣ୍ଡନ ସାରି ଫେରୁଥିବାବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୫ ମୃତ

କ୍ଷ୍ନୌ: ଉତ୍ତରପ୍ରଦେଶର ଫିରୋଜାବାଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଡମ୍ପରକୁ ଧକ୍କା ଗେଇଥିଲା । ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ବସ୍‌ ଡ୍ରାଇଭରଙ୍କ ଆଖି ଲାଖିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି।

ସୂଚନା ଅନୁଯାୟୀ, ଲକ୍ଷ୍ନୌର ସନ୍ଦୀପ ନିଜ ୪ ବର୍ଷୀୟ ପୁଅର ମୁଣ୍ଡନ ନିମନ୍ତେ ବନ୍ଧୁବାନ୍ଧବଙ୍କୁ ଧରି ଏକ ବସ୍‌ରେ ମଥୁରା ଯାଇଥିଲେ।

ବସ୍‌ରେ ପ୍ରାୟ ୨୦ ଜଣ ଥିଲେ। ମଥୁରାରୁ ଫେରୁଥିବା ବେଳେ ବସ୍‌ଟି ଫିରୋଜାବାଦ ଅତିକ୍ରମ କରୁଥିଲା। ଉକ୍ତ ସମୟରେ ଡ୍ରାଇଭରଙ୍କ ଆଖି ଲାଖିଯିବାରୁ ଗାଡ଼ିଟି ରାସ୍ତା ପାର୍ଶ୍ୱରେ ଥିବା ଡମ୍ଫରରେ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ସନ୍ଦୀପଙ୍କ ପତ୍ନୀ ବଡ଼ ପୁଅ, ଝିଅଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଗୁରୁତର ଆହତ ହୋଇଇଥିଲେ। ଆହତଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ବସ୍‌ ମଧ୍ୟରୁ ଗୁରୁତରଙ୍କୁ ବାହାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button