ରାଜ୍ୟ
ପ୍ରବଳ ବର୍ଷା ନେଇ ଆଭ୍ୟନ୍ତରୀଣ ଓଡ଼ିଶାର ୯ ଜିଲ୍ଲାକୁ ସତର୍କତା – Ibnodisha
[ad_1]
ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ବା ସିଷ୍ଟମର ପ୍ରଭାବ ନାହିଁ । ସେପଟେ ମୌସୁମୀ ନିମ୍ନ ଚାପରେଖା ବି ସ୍ବାଭାବିକ ଅବସ୍ଥାନରୁ ଉତ୍ତରକୁ ଢଳିକି ରହିଛି । ଏହାଦ୍ବାରା ରାଜ୍ୟ ମଧ୍ୟକୁ ପ୍ରଚୁର ମାତ୍ରାରେ ଜଳୀୟବାଷ୍ପ ପ୍ରବେଶ କରୁଛି ।
ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳ ବର୍ଷା ନେଇ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ହେଲେ ବି ଉପକୂଳ ଓଡ଼ିଶାରେ ଗରମ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।
[ad_2]