ରାଜ୍ୟ

ରୁପା ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ, ପତିତପାବନ ମନ୍ଦିର, ସିଂହଦ୍ୱାର ଗୁମୁଟର ଦ୍ୱାରବନ୍ଧକୁ ରୁପାଛାଉଣି କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

 

ଡିସେମ୍ବର ୨୫ ପୂର୍ବରୁ ଏହି କାମ ଶେଷ ହେବ। ଇଂରାଜୀ ନବବର୍ଷରେ ଶ୍ରୀମନ୍ଦିର ଓ ପତିତପାବନଙ୍କ ମନ୍ଦିରର ଏହି ନୂଆରୂପ ଭକ୍ତମାନେ ଦେଖିପାରିବେ ବୋଲି ଶ୍ରୀମନ୍ଦିର ପୂଜାପଣ୍ଡା ନିଯୋଗ ସଂପାଦକ ମାଧବ ପୂଜାପଣ୍ଡା ସାମନ୍ତ କହିଛନ୍ତି। ପୂର୍ବରୁ ଶ୍ରୀମନ୍ଦିର ଭିତରେ ଓ ବାହାରେ ଥିବା ବିଭିନ୍ନ ଦ୍ୱାରରେ ରୁପା ଛାଉଣି କରାଯାଇଛି।

ମାଧବ ପୂଜାପଣ୍ଡା ସୂଚନା ଦେଇ କହିଛନ୍ତି, ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଶ୍ରୀମନ୍ଦିର କଳାହାଟ ଦ୍ୱାର ଓ ବେହେରଣ ଦ୍ୱାରକୁ ରୁପା ଛାଉଣି କରାଯାଇଥିଲା। ପରବର୍ତ୍ତୀ ସମୟରେ ପର୍ଯ୍ୟାୟକ୍ରମେ ୭ଟି ଦ୍ୱାର ଯଥା ଭଅଣ୍ଡ ଘର ଦ୍ୱାର, ସାତପାହାଚ ଦ୍ୱାର, ଲକ୍ଷ୍ମୀମନ୍ଦିର ଦ୍ୱାର, ବିମଳା ମନ୍ଦିର ଦ୍ୱାର, ଦକ୍ଷିଣଘର ଦ୍ୱାର, ନୃସିଂହ ମନ୍ଦିର ଦ୍ୱାର, ସୂର୍ଯ୍ୟମନ୍ଦିର ଦ୍ୱାର ଆଦିକୁ ରୁପାଛାଉଣି କରାଯାଇଥିଲା। ପୂର୍ବରୁ ସିଂହଦ୍ୱାର ଗୁମୁଟ ଭିତରେ ଥିବା ଜମଶିଳା ସ୍ଥାନର ବନ୍ଦକୁ ରୁପା ଛାଉଣି କରିବାକୁ ନିଷ୍ପତ୍ତି ହୋଇଥିଲା। ସେହି ଉପରେ ଗୁରୁବାର ମଧ୍ୟ ଆଲୋଚନା କରାଯାଇଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button