ଦେଶ

ସେଫ୍‌ ବିକାଶ ଖାନ୍ନାଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କଲେ ନବୀନ, ଜାଣନ୍ତୁ କାହିଁକି – Ibnodisha

[ad_1]

ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା । ଓଡିଶାର କଳା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟର ଉଚ୍ଚ ପ୍ରଶଂସା କଲେ । ଏହି ଅବସରରେ ବିକାଶଙ୍କୁ ଓଡିଶାକୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି ।ନିକଟରେ ବିକାଶ ଖାନ୍ନା, ସ୍ବାଧୀନତା ଦିବସ ପାଳନ ଅବସରରେ ନିୟୁର୍କ ସହରର ଟାଇମ୍‌ସ ସ୍କୋୟାର ଠାରେ ବିଶ୍ବପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାର ରହିଥିଲେ । ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ। ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ। କୋଣାର୍କ ଚକ୍ର ବିଶ୍ବ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ବିକାଶ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ । ଏହି ଆଲୋଚନା ସମୟରେ ୫-ଟି ସଚିବ  ଭିକେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button