ରାଜନୀତି

ଭାରତ ଏକ ଦୃଢ଼ ସାମୁଦ୍ରିକ ରାଷ୍ଟ୍ର ପାଲଟିଛି: ରାଷ୍ଟ୍ରପତି

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ବେଳାଭୂମିରେ ନୌସେନା ଦିବସ ସମାରୋହରେ ଯୋଗ ଦେବା ସହିତ ଭାରତୀୟ ନୌସେନା ଦ୍ୱାରା ଆୟୋଜିତ ସମରକୌଶଳ ପ୍ରଦର୍ଶନ ଦେଖିଛନ୍ତି। ଏହି ଅବସରରେ ଅଭିଭାଷଣ ପ୍ରଦାନ କରି ରାଷ୍ଟ୍ରପତି ନୌସେନା ଦିବସ ଅବସରରେ ଭାରତୀୟ ନୌସେନାର ସମସ୍ତ ଯବାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ଆଜି ଡିସେମ୍ବର ୪ ତାରିଖରେ ଆମେ ୧୯୭୧ ଯୁଦ୍ଧରେ ଆମର ଗୌରବମୟ ବିଜୟର ସ୍ମୃତିକୁ ପାଳନ କରୁଛୁ ଏବଂ ମାତୃଭୂମିର ରକ୍ଷା ପାଇଁ ନୌସେନା କର୍ମଚାରୀଙ୍କ ନିଃସ୍ୱାର୍ଥପର ସେବା ଏବଂ ସର୍ବୋଚ୍ଚ ବଳିଦାନକୁ ସ୍ମରଣ କରୁଛୁ। ଭାରତୀୟ ନୌସେନାର ସମସ୍ତ ଯବାନଙ୍କ ନିକଟରେ ଭାରତ କୃତଜ୍ଞ ଏବଂ ସମ୍ମାନ ଓ ସାହସର ସହ ଦେଶ ସେବା କରିଥିବାରୁ ପ୍ରତ୍ୟେକ ଭାରତୀୟ ସେମାନଙ୍କୁ ଆଜି ଅଭିନନ୍ଦନ ଜଣାଉଛନ୍ତି ।

ଏହି ଖବର ପଢ଼ନ୍ତୁ: ହିନ୍ଦୁଙ୍କ ଉପରେ ଆକ୍ରମଣକୁ ନେଇ ଆମେରିକା ଚିନ୍ତିତ

ରାଷ୍ଟ୍ରପତି କହିଥିଲେ ଯେ ଭାରତର ଭୌଗଳିକ ସ୍ଥିତି ଆମକୁ ଏକ ମହାନ ସାମୁଦ୍ରିକ ରାଷ୍ଟ୍ର ହେବା ପାଇଁ ଆବଶ୍ୟକ ସମସ୍ତ ଉପାଦାନ ପ୍ରଦାନ କରିଛି। ସୁଦୀର୍ଘ ସମୁଦ୍ର କୂଳ, ଦ୍ୱୀପାଞ୍ଚଳ, ସମୁଦ୍ରରେ ଯାତ୍ରା କରୁଥିବା ଜନସଂଖ୍ୟା ଏବଂ ବିକଶିତ ସାମୁଦ୍ରିକ ଭିତ୍ତିଭୂମି ୫,୦୦୦ ବର୍ଷ ପୂର୍ବରୁ ଭାରତର ଉପକୂଳ ଏବଂ ସାମୁଦ୍ରିକ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରିଥିଲା। ଏକ ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ଓ ଇତିହାସର ସ୍ମୃତିକୁ ବହନ କରିବା ଏବଂ ସମ୍ଭାବନାପୂର୍ଣ୍ଣ ଭବିଷ୍ୟତର ଆଶା ନେଇ ଆଗକୁ ବଢ଼ିବା ସହିତ ଭାରତ ଏକ ଦୃଢ଼ ସାମୁଦ୍ରିକ ରାଷ୍ଟ୍ର ପାଲଟିଛି।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button