ରାଜ୍ୟ

୧୦ରୁ ଥଣ୍ଡା ବଢ଼ିବ

ଭୁବନେଶ୍ବର: ଆସନ୍ତା ୭ ତାରିଖ ବେଳକୁ ଏକ ପଶ୍ଚିମା ଝଡ଼ ପଶ୍ଚିମ ହିମାଳୟ ଅଞ୍ଚଳକୁ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଉତ୍ତର-ପଶ୍ଚିମ-ଭାରତର ସଂଲଗ୍ନ ସମତଳ ଅଞ୍ଚଳରେ ୮ ତାରିଖରେ ରହିବ। ପ୍ରଭାବରେ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବୃଦ୍ଧି ସହ ୧୦ ତାରିଖଠାରୁ ରାଜ୍ୟରେ ଥଣ୍ଡା ବୃଦ୍ଧି ହେବାର ସମ୍ଭାବନା ରହିଛି। ସେହିପରି ୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ବେଳକୁ ଶ୍ରୀଲଙ୍କା ଓ ତାମିଲନାଡ଼ୁ ଉପକୂଳରେ ପହଞ୍ଚିବ ‌ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ୮ ତାରିଖରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ଗଜପତି, ୯ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ନୟାଗଡ଼, ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତେବେ ପରବର୍ତ୍ତୀ ୪ ଦିନ ମଧ୍ୟରେ ଦୁଇରୁ ୪ ଡିଗ୍ରି ହ୍ରାସ ପାଇବାର ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହୋଇପାରେ। ଗତକାଲି ରାତିରେ ରାଉରକେଲାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୪.୪ ଡିଗ୍ରି ରେକର୍ଡ କରାଯାଇଛି। ଅନ୍ୟ ସମସ୍ତ ସହରର ତାପମାତ୍ରା ୧୫ ଡିଗ୍ରି ଉପରେ ରହିଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button