IBN ଓଡ଼ିଶା ବ୍ୟୁରୋ

ତାମିଲନାଡ଼ୁ ହସ୍ପିଟାଲ୍‌ ଅଗ୍ନିକାଣ୍ଡ : ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌

ତାମିଲନାଡ଼ୁର ଡିଣ୍ଡିଗୁଲ ଜିଲାସ୍ଥିତ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ତାଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଜନ ରିଲିଫ ପାଣ୍ଠିରୁ (ସିଏମ୍ପିଆରଏଫ) ପୀଡ଼ିତଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଦିଆ ଯିବା ନେଇ ମୁଖ୍ୟମନ୍ତ୍ରୀ ଷ୍ଟାଲିନ୍‌ ଘୋଷଣା କରିଛନ୍ତି । ଏଥିସହ ଗୁରୁତର ଆହତ ଅବସ୍ଥାରେ ଆଇସିୟୁ ରେ ଚିକିତ୍ସିତ ହେଉଥିବା ପ୍ରତ୍ୟେକଙ୍କୁ ଏକ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତ ବ୍ୟକ୍ତିମାନଙ୍କ ପାଇଁ ୫୦,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି । କେବଳ ଏତିକି ନୁହେଁ ନିକଟସ୍ଥ ସରକାରୀ ଏବଂ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସମସ୍ତ ଲୋକଙ୍କୁ ସବୋର୍ତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନିର୍ଦ୍ଦେଶ ଦେଇଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button