ବିଜେପିରେ ଯୋଗ ଦେଇପାରନ୍ତି ପ୍ରଶାନ୍ତ ଜଗଦେବ! – Ibnodisha

[ad_1]
ଧର୍ମେନ୍ଦ୍ରଙ୍କୁ ସମାଲୋଚନା କଲା ବେଳେ ଇଙ୍ଗିତ ଦେଲା ବିଜେଡି

ଭୁବନେଶ୍ୱର: ବିଜେପିରେ ଯୋଗ ଦେଇପାରନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋଦ୍ ବିଜେଡି ପକ୍ଷରୁ ହିଁ ଖୋଲାଖୋଲି ଭାବେ ଏମିତି ଆକଳନ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମାଲୋଚନା କରିବାକୁ ଯାଇ ବିଜେଡି ସାଂସଦ ସସ୍ମିତ ପାତ୍ର ଏହି ଇଙ୍ଗିତ ଦେଇଛନ୍ତି। ବିଜେଡିରୁ ଜଣେ ବହିଷ୍କୃତ ନେତାଙ୍କୁ ଧର୍ମେନ୍ଦ୍ର କିପରି ଆପଣାଇବାକୁ ପ୍ରସ୍ତୁତ ହେଉଛନ୍ତି ବୋଲି ଦଳ ପ୍ରଶ୍ନ କରିଛି।
ଶ୍ରୀ ପାତ୍ର କହିଛନ୍ତି ଯେ ଚିଲିକାର ତତ୍କାଳୀନ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ ବିଜେପିର ବାଲୁଗାଁ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ୨୦୨୧ ସେପ୍ଟେମ୍ବରରେ ବାଲୁଗାଁଠାରେ ଆକ୍ରମଣ କରିଥିଲେ। ଶ୍ରୀ ଜଗଦେବଙ୍କୁ ତୁରନ୍ତ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳରୁ ନିଲମ୍ବନ କରିଥିଲେ। ପରେ ବିଜେଡି ସଭାପତି ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। କାରଣ ମୁଖ୍ୟମନ୍ତ୍ରୀ ଗୁଣ୍ଡାଗର୍ଦ୍ଦି ଉପରେ ବିଶ୍ୱାସ କରନ୍ତି ନାହିଁ। ତେବେ ସେହି ଶ୍ରୀ ଜଗଦେବଙ୍କୁ ଫୁଲମାଳ ପିନ୍ଧାଯିବା ସହିତ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଆଶୀର୍ବାଦ ଓ ନିୟମିତ ବୈଠକ ଯୋଗୁଁ ବିଜେପିରେ ଯୋଗ ଦେବାକୁ ପ୍ରସ୍ତୁତ ଅଛନ୍ତି।
ଧର୍ମେନ୍ଦ୍ରଙ୍କ ଉଦ୍ଦେଶ୍ୟରେ ବିଜେଡି ସାଂସଦ ପ୍ରଶ୍ନ କରିଛନ୍ତି ଯେ, ଆପଣ ଓଡ଼ିଶାର ଲୋକମାନଙ୍କ ପାଇଁ କେଉଁ ଉଦାହରଣ ସୃଷ୍ଟି କରୁଛନ୍ତି? ଆପଣ ଓଡ଼ିଶାର ଲୋକଙ୍କୁ କି ବାର୍ତ୍ତା ଦେବାକୁ ଚାହାନ୍ତି? ଜଣେ ବ୍ୟକ୍ତି ଯିଏ ଗୁଣ୍ଡାଗିରି ପାଇଁ ବିଜେଡିରୁ ବହିଷ୍କୃତ ହୋଇଥିଲେ, କେବଳ ରାଜନୈତିକ ଫାଇଦା ପାଇଁ ତାଙ୍କୁ ଗ୍ରହଣ କରୁଛନ୍ତି କି? ଗଣତନ୍ତ୍ର ବିଷୟରେ ଆପଣଙ୍କର ସମସ୍ତ କଥା କେବଳ ଲୋକଦେଖାଣିଆ।
[ad_2]




