ରାଜ୍ୟ

୨୨ ଯାଏ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା, ୨୦ ତାରିଖରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଅନ୍ୟପକ୍ଷରେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି କିମ୍ବା ତା’ଠାରୁ କମ୍‌ ରହିଥିଲା। ରାଉରକେଲାଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରି ରେକର୍ଡ ହୋଇଛି। ଯେତେବେଳେ କି ସୁନ୍ଦରଗଡ଼ରେ ୮.୧, ଝାରସୁଗୁଡ଼ାରେ ୮.୬, ଘୁ.ଉଦୟଗିରିରେ ୯.୬, ସୁନ୍ଦରଗଡ଼ ଜିଲ୍ଲାର କିରେଇ ଓ ସମ୍ବଲପୁର ଜିଲ୍ଲାର ଚିପିଲିମାରେ ୯.୮ ଏବଂ ବୌଦ୍ଧ ଓ ଫୁଲବାଣୀରେ ୧୦ ଡିଗ୍ରି ଲେଖାଏଁ ରହିଥିଲା। ଆସନ୍ତା ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏଥିସହ କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ହାଲୁକା କୁହୁଡ଼ି ପଡ଼ିପାରେ।

 

Related Articles

Leave a Reply

Your email address will not be published. Required fields are marked *

Back to top button