IBN ଓଡ଼ିଶା ବ୍ୟୁରୋ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହ ଏବଂ ଜେପି ନଡ୍ଡା

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ୯୨ ବର୍ଷ ବୟସରେ ହୋଇଛି । ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ତାଙ୍କ ପରଲୋକ ହୋଇଛି । ତାଙ୍କ ପାର୍ଥିବ ଶରୀର ଦିଲ୍ଲୀର ମୋତିଲାଲ ନେହରୁ ରୋଡ ସ୍ଥିତ ଆବାସରେ ରଖାଯାଇଛି । ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ରାଜନେତା ଏବଂ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି । ବିଜେପି, କଂଗ୍ରେସ ଏବଂ ଅନ୍ୟ ପାର୍ଟିର ରାଜନେତା ଶ୍ରଦ୍ଧାଞ୍ଜଳି ଦେବାକୁ ପହଞ୍ଚିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ କେନ୍ଦ୍ର ସରକାର ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ଆସନ୍ତାକାଲି ରାଜକୀୟ ସମ୍ମାନରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ।

ତେବେ ମନମୋହନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଏହାଛଡା ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜେପି ନଡ୍ଡା ମଧ୍ୟ ପହଞ୍ଚିଛନ୍ତି । ବିଜେପିର ଅନେକ ବରିଷ୍ଠ ନେତା ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button