ଦେଶ

ନିର୍ଦ୍ଧାରିତ କକ୍ଷପଥରେ ପହଞ୍ଚିଲା ଆଦିତ୍ୟ ଏଲ-୧ ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ ଏସ୍ ସୋମନାଥ – Ibnodisha

[ad_1]

ବ୍ୟୁରୋ : ନିର୍ଦ୍ଧାରିତ କକ୍ଷପଥରେ ପହଞ୍ଚିଲା ଆଦିତ୍ୟ ଏଲ-୧ । ଇସ୍ରୋ ମୁଖ୍ୟ ଏସ୍ ସୋମନାଥ ଏ ନେଇ ସୂଚନା ଦେଇଛନ୍ତି । ପିଏସଏଲଭି-ସିଏସ୫୭ ରକେଟ୍ ଯୋଗେ ଲଞ୍ଚ ହୋଇଥିଲା । ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ୪ ମାସ ସମୟ ଲାଗିବ । ସୂର୍ଯ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ । ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ଯ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ଯ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ ।ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ଯ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି । ହାଲୋ ଅରବିଟରରେ ସୂର୍ଯ୍ୟ ଯାନକୁ ସ୍ଥାପନ କରି ଭାରତ ସୂର୍ଯ୍ୟ ଉପରେ ଅନୁଧ୍ୟାନ କରି ତଥ୍ୟ ହାସଲ କରିବ । ଆଦିତ୍ୟ ଏଲ-୧ରେ ମୋଟ ୭ଟି ପେଲେଡ ରହିଛି । ଏହି ସୌର ଯାନ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ବେଳେ ଏହା ଉପରେ ସାରା ବିଶ୍ୱର ନଜର ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button