ରାଜ୍ୟ

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି – Ibnodisha

[ad_1]

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଲୋକ ପ୍ରତିନିଧି ଭାବେ ଆଜୀବନ ଲୋକସେବାପାଇଁ ସେ ସ୍ମରଣୀୟ ହୋଇ ରହିବେ ବୋଲି ରାଜ୍ୟପାଳ କହିଛନ୍ତି।

ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ପୂର୍ବତନ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଶ୍ରୀ ପାତ୍ରଙ୍କ ବିୟୋଗରେ ସେ ଅତ୍ୟନ୍ତ ମର୍ମାହତ ଓ ଦୁଃଖିତ। ସ୍ୱର୍ଗତ ପାତ୍ର ବିଧାୟକ, ମନ୍ତ୍ରୀ ଓ ବାଚସ୍ପତି ଭାବରେ ତାଙ୍କର ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦନ କରିଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ପୁରୁଖା ନେତାଙ୍କୁ ହରାଇଲା ବୋଲି ରାଜ୍ୟପାଳ ପ୍ରକାଶ ବ୍ୟକ୍ତ କରିଛନ୍ତି। ଏହି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟପାଳ ଶ୍ରୀ ହରିଚନ୍ଦନ ସ୍ଵର୍ଗତ ଆତ୍ମାର ସଦ୍ଗତି ନିମନ୍ତେ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀମତୀ ସାହୁ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ଜଣେ ସୁଦକ୍ଷ, ସାଙ୍ଗଠନିକ ଦକ୍ଷତା ସମ୍ପନ୍ନ ତଥା ଦରଦୀ ନେତା ଭାବେ ସ୍ବର୍ଗତ ପାତ୍ରଙ୍କର ଲୋକପ୍ରିୟତା ଅନନ୍ୟ ରହିଥିଲା। ବହୁ ବାର ବିଧାନସଭାକୁ ନିର୍ବାଚିତ ହେବା ସହ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ହୋଇଥିଲେ। ଗଞ୍ଜାମ ଜିଲ୍ଲା ତଥା ରାଜ୍ୟର ବିକାଶରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା ତାଙ୍କର ଶୋକବାର୍ତ୍ତାରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦେହାନ୍ତରେ ମୁଁ ଗଭୀର ଶୋକ ପ୍ରକାଶ କରୁଛି।

ରାଜ୍ୟ ସଭାପତି ମନମୋହନ ସାମଲ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି। ବରିଷ୍ଠ ରାଜନେତା ସ୍ୱର୍ଗତଃ ଶ୍ରୀ ପାତ୍ରଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି।

ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ପିସିସି ସଭାପତି ଶରତ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେହିପରି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଛନ୍ତି ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ବାଚସ୍ପତି ଥିବା ସମୟରେ ଗୃହର ସଦସ୍ୟ ଭାବରେ ତାଙ୍କ ସହ ସମ୍ପର୍କ ଅତି ନିବିଡ଼ ଥିଲା। ତାଙ୍କର ମୃତ୍ୟୁ ରାଜ୍ୟ ରାଜନୀତି ପାଇଁ ଏକ ବଡ଼ କ୍ଷତି। ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ଆତ୍ମୀୟଙ୍କ ପ୍ରତି ସମବେଦନା ଜଣାଉଛି। ପୂର୍ବତନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button