ରାଜ୍ୟ

ଘୂର୍ଣ୍ଣିବଳୟ ସକ୍ରିୟ; ୭ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷିବ – Ibnodisha

[ad_1]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି ୨୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରିହୋଇଛି ।

ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି । ଆସନ୍ତା ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବିଜୁଳି ଘଡ଼ଘଡ଼ିର ମଧ୍ୟ ସମ୍ଭାବନା ରହିଛି । ଚଳିତ ମୌସୁମୀରେ ରାଜ୍ୟରେ ୮୦୦.୨ ମିମି ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୧୫ ପ୍ରତିଶତ କମ୍ ରହିଛି ।

୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ ସୂଚନା ଦେଇଛନ୍ତି । ସେହିପରି ଗତ ୩ତାରିଖରେ ମଧ୍ୟ ରାଜ୍ୟରେ ବିସ୍ତୃତି ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା କଟକ ଜିଲ୍ଲାର ବାଙ୍କୀ ଠାରେ ପାଖାପାଖି ୧୩୩ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ରହିବ, ବିଶେଷକରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଭାରୀ ବର୍ଷାର ସମ୍ଭାବନା ରହିଛି ।

ତେବେ ସୋମବାର ସନ୍ଧ୍ୟା ସାଢ଼େ ୫ଟା ମଧ୍ୟରେ ଚାନ୍ଦବାଲିରେ ୪୫.୫ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୧.୬ମିମି, ଅନୁଗୁଳରେ ୩୦ମିମି, ଦାରିଙ୍ଗବାଡିରେ ୨୮ମିମି, ନୟାଗଡରେ ୨୬ମିମି, ପାରଳାଖେମୁଣ୍ଡିରେ ୩୩ମିମି, ଢେଙ୍କାନାଳରେ ୧୭ମିମି ବର୍ଷା ରେକର୍ଡ କରାଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button