୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା : ୩ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି – Ibnodisha
[ad_1]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି । ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି । ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି । ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ବର୍ଷାର ପରିମାଣ ଆହୁରି ବଢିବ । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୬ ସେପ୍ଟମ୍ବର ବୁଧବାର ଅପରାହ୍ନ ମଧ୍ୟରେ ରାଜ୍ୟର ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ଥିବା ବେଳେ ୧୪ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟିରେ ରଖି ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
[ad_2]